Text copied!
Bibles in Odia

ମାର୍କ 5:6-25 in Odia

Help us?

ମାର୍କ 5:6-25 in ଓଡିଆ ବାଇବେଲ

6 ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
8 କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା ।
9 ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।
10 ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।
11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା ।
12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।
13 ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା ।
14 ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
15 ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ ।
16 ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
17 ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
18 ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା ।
19 କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।
20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ ।
21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ ।
22 ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
23 ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ।
24 ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
25 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
ମାର୍କ 5 in ଓଡିଆ ବାଇବେଲ