Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 6

ମାର୍କ 6:30-55

Help us?
Click on verse(s) to share them!
30ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହି ସବୁ ତାହାଙ୍କୁ ଜଣାଇଲେ ।
31ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।
32ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ ।
33କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ ।
34ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ ।
35ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;
36ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥି ନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ ।
37କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କ'ଣ ଯାଇ ଶହେ ଟଙ୍କାର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା ?
38ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ଯାଇ ଦେଖ । ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚଟି, ପୁଣି, ଦୁଇଟି ମାଛ ।
39ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ ।
40ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ ।
41ପରେ ଯୀଶୁ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ ।
42ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
43ଆଉ ସେମାନେ ଭଙ୍ଗା ରୁଟି ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ ।
44ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ ।
45ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
46ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ ।
47ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ ।
48ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ ।
49କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,
50କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‍ବିଗ୍ନ ହୋଇଥିଲେ । ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ , ଭୟ କର ନାହିଁ ।
51ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ବିତ ହେଲେ,
52କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା ।
53ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ ।
54ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,
55ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ ।

Read ମାର୍କ 6ମାର୍କ 6
Compare ମାର୍କ 6:30-55ମାର୍କ 6:30-55