Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 6

ମାର୍କ 6:4-14

Help us?
Click on verse(s) to share them!
4ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
5ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରି ପାରିଲେ ନାହିଁ ।
6ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ ।
7ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ୱାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
8ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି କଟିବନ୍ଧନୀରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
9କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ ।
10ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
11ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ ।
12ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,
13ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ ।
14ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।

Read ମାର୍କ 6ମାର୍କ 6
Compare ମାର୍କ 6:4-14ମାର୍କ 6:4-14