Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 7

ମାର୍କ 7:14-33

Help us?
Click on verse(s) to share them!
14ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ ।
15ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ ।
16ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
17ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ ।
18ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାକୁ ଅଶୁଚି କରି ପାରେ ନାହିଁ,
19କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କ'ଣ ବୁଝୁ ନାହଁ ?
20ଆଉ ସେ କହିଲେ, ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ ।
21କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
22ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା;
23ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
24ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ ।
25ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା ।
26ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା । ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା ।
27ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ ।
28କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି ।
29ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି ।
30ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।
31ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲୀ ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ ।
32ଆଉ ଲୋକ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ ।
33ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଆଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,

Read ମାର୍କ 7ମାର୍କ 7
Compare ମାର୍କ 7:14-33ମାର୍କ 7:14-33