Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 7

ମାର୍କ 7:2-17

Help us?
Click on verse(s) to share them!
2ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ ।
3ଫାରୂଶୀମାନେ ଓ ସମସ୍ତେ ଯିହୂଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ ।
4ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶ ପ୍ରାପ୍ତ ହୋଇଅଛନ୍ତି ।
5ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି ?
6ସେ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖା ଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
7ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।
8ତୁମ୍ଭେମାନେ ଈଶ୍ୱରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ ।
9ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ !
10କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ ।
11କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋ'ଠାରୁ, ଯାହା ଦ୍ବାରା ତୁମ୍ଭର ଉପକାର ହୋଇଥାନ୍ତା, ତାହା 'କର୍ବାନ୍', ଅର୍ଥାତ୍ ଈଶ୍ୱରଙ୍କୁ ମାନତ ହୋଇଅଛି,
12ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
13ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।
14ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ ।
15ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ ।
16ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
17ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ ।

Read ମାର୍କ 7ମାର୍କ 7
Compare ମାର୍କ 7:2-17ମାର୍କ 7:2-17