Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 7

ମାର୍କ 7:24-35

Help us?
Click on verse(s) to share them!
24ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ ।
25ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା ।
26ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା । ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା ।
27ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ ।
28କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି ।
29ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି ।
30ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।
31ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲୀ ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ ।
32ଆଉ ଲୋକ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ ।
33ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଆଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,
34ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, 'ଇପ୍‌ପଥଃ', ଅର୍ଥାତ୍ ଫିଟିଯା ।
35ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟରୂପେ କଥା କହିବାକୁ ଲାଗିଲା ।

Read ମାର୍କ 7ମାର୍କ 7
Compare ମାର୍କ 7:24-35ମାର୍କ 7:24-35