Text copied!
Bibles in Odia

ମାର୍କ 8:6-10 in Odia

Help us?

ମାର୍କ 8:6-10 in ଓଡିଆ ବାଇବେଲ

6 ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
7 ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।
8 ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୁଟି ଉଠାଇଲେ ।
9 ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ ।
10 ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ ।
ମାର୍କ 8 in ଓଡିଆ ବାଇବେଲ