Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 9

ମାର୍କ 9:28-47

Help us?
Click on verse(s) to share them!
28ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ?
29ସେ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।
30ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
31କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।
32କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ ।
33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ ?
34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ ।
35ସେଥିରେ ଯୀଶୁ ଉପବେଶ ନ କରିବାର ଜଣଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ ।
36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
37ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ ।
39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋ' ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରି ପାରିବ, ଏପରି ଲୋକ କେହି ନାହିଁ;
40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ ।
41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
43ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
44କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।
45ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
46କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।
47ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ;

Read ମାର୍କ 9ମାର୍କ 9
Compare ମାର୍କ 9:28-47ମାର୍କ 9:28-47