Text copied!
Bibles in Odia

ମାର୍କ 9:33-39 in Odia

Help us?

ମାର୍କ 9:33-39 in ଓଡିଆ ବାଇବେଲ

33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ ?
34 କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ ।
35 ସେଥିରେ ଯୀଶୁ ଉପବେଶ ନ କରିବାର ଜଣଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ ।
36 ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
37 ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
38 ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ ।
39 କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋ' ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରି ପାରିବ, ଏପରି ଲୋକ କେହି ନାହିଁ;
ମାର୍କ 9 in ଓଡିଆ ବାଇବେଲ