Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 9

ମାର୍କ 9:37-45

Help us?
Click on verse(s) to share them!
37ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ ।
39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋ' ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରି ପାରିବ, ଏପରି ଲୋକ କେହି ନାହିଁ;
40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ ।
41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
43ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
44କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।
45ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।

Read ମାର୍କ 9ମାର୍କ 9
Compare ମାର୍କ 9:37-45ମାର୍କ 9:37-45