10ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
11ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
12ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।