Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:11-31 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:11-31 in ଓଡିଆ ବାଇବେଲ

11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
12 ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13 ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17 ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18 ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20 ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24 ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍‌ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27 ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28 ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।”
30 ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
31 ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10 in ଓଡିଆ ବାଇବେଲ