Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:12-19 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:12-19 in ଓଡିଆ ବାଇବେଲ

12 ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13 ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17 ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18 ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10 in ଓଡିଆ ବାଇବେଲ