16ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଗାଦ୍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।