Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:21-32

Help us?
Click on verse(s) to share them!
21ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍‌ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
25ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍‍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।”
30ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
31ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
32ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:21-32ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:21-32