32ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।
33ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
34ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।