Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:5-23 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:5-23 in ଓଡିଆ ବାଇବେଲ

5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
6 ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
12 ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13 ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16 ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17 ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18 ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20 ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10 in ଓଡିଆ ବାଇବେଲ