Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:10-19

Help us?
Click on verse(s) to share them!
10ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
11ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ?
12ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?
13ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।
14ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।
15ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
16ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
17ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
18ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
19ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:10-19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:10-19