13ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।
14ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।
15ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
16ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
17ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
18ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।