Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:22-27 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:22-27 in ଓଡିଆ ବାଇବେଲ

22 ସେମାନଙ୍କୁ ଅଣ୍ଟିବା ଭଳି କ’ଣ ପଲ ପଲ ଗୋମେଷ ବଧ କରାଯିବ ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କ’ଣ ଏକତ୍ର କରାଯିବ ?
23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
26 ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
27 ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11 in ଓଡିଆ ବାଇବେଲ