Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:27-34

Help us?
Click on verse(s) to share them!
27ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।
28ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
29ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
30ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
31ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଉର୍ଦ୍ଧ୍ୱରେ ପକାଇଲା।
32ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
33ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
34ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:27-34ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:27-34