Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:4-11

Help us?
Click on verse(s) to share them!
4ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
5ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
6ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
7ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।
8ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”
9ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
10ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
11ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:4-11ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:4-11