Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:9-13

Help us?
Click on verse(s) to share them!
9ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
10ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
11ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”
12ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।
13ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:9-13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:9-13