17ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
18ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
19ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
20ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।
21ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।