Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:21-29

Help us?
Click on verse(s) to share them!
21ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।
22ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
23ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
24ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
25ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।
26ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
27ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
28ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
29ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:21-29ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:21-29