Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:7-19

Help us?
Click on verse(s) to share them!
7ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
8ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
9ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍‍ଟି;
10ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
11ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
12ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
13ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
14ନପ୍ତାଲି ବଂଶ ମଧ୍ୟରୁ ବପ୍‍ସିର ପୁତ୍ର ନହବି;
15ଗାଦ୍‍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।
16ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।
17ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
18ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
19ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:7-19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:7-19