13ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
14ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
15ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
16ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।