Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:18-41 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:18-41 in ଓଡିଆ ବାଇବେଲ

18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
19 ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।
20 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।
21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”
26 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
28 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।
31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
32 ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ।
33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।
34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।”
36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
39 ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14 in ଓଡିଆ ବାଇବେଲ