Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:36-45 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:36-45 in ଓଡିଆ ବାଇବେଲ

36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
37 ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
38 ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
39 ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
42 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।
43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
44 ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।
45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14 in ଓଡିଆ ବାଇବେଲ