Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:40-45

Help us?
Click on verse(s) to share them!
40ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
41ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
42କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।
43ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
44ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।
45ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:40-45ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:40-45