Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:5-13

Help us?
Click on verse(s) to share them!
5ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।
6ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
7ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।”
8ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
9କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
10ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
11ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
12ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।
13ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:5-13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:5-13