Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:9-32

Help us?
Click on verse(s) to share them!
9କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
10ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
11ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
12ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।
13ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
14ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
15ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
16ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।
17ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ, ଯେପରି ତୁମ୍ଭେ କହିଅଛ,
18ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
19ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।
20ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭର ଅନୁରୋଧନୁସାରେ ସେମାନଙ୍କୁ କ୍ଷମା କଲୁ।
21ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
22ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
23ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
24ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
25ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”
26ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
27“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
28ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।
29ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
30ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।
31ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
32ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:9-32ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:9-32