Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:1-16

Help us?
Click on verse(s) to share them!
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,
3ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
4ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
5ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।
6ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
7ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
8ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
9ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।
10ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
11ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।
12ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।
13ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।
14ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେହି ପ୍ରକାର କରିବ।
15ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।
16ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:1-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:1-16