Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:19-27

Help us?
Click on verse(s) to share them!
19ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
20ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
21ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
22ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହିସବୁ ଆଜ୍ଞା,
23ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯଦି ପାଳନ ନ କର;
24ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
25ଆଉ ଯାଜକ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
26ତହିଁରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।
27ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:19-27ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:19-27