27ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ।
28ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ।
29ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
30ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
31କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା-ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।
32ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
33ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
34ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।
35ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
36ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।
37ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
38“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
39ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
40ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।
41ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।