Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:29-37 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:29-37 in ଓଡିଆ ବାଇବେଲ

29 ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
30 ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା-ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।
32 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
33 ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
34 ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।
35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
36 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।
37 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15 in ଓଡିଆ ବାଇବେଲ