Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:21-27

Help us?
Click on verse(s) to share them!
21“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
22ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”
23ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
24“ତୁମ୍ଭେ ମଣ୍ଡଳୀକୁ କୁହ, ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ।”
25ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ୍ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
26ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
27ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ୍ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁଦ୍ୱାରରେ ଠିଆ ହୋଇ ରହିଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:21-27ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:21-27