Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:24-31 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:24-31 in ଓଡିଆ ବାଇବେଲ

24 “ତୁମ୍ଭେ ମଣ୍ଡଳୀକୁ କୁହ, ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ।”
25 ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ୍ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍‍ଗମନ କଲେ।
26 ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”
27 ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମ୍‍ର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ୍ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁଦ୍ୱାରରେ ଠିଆ ହୋଇ ରହିଲେ।
28 ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।”
29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।
31 ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16 in ଓଡିଆ ବାଇବେଲ