30ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।
31ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
32ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
33ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।