Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:36-50

Help us?
Click on verse(s) to share them!
36ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
37“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;
38ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”
39ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;
40ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
41ତଥାପି ଆରଦିନ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
42ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
43ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
44ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
46ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
47ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
48ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।
49ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
50ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:36-50ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:36-50