Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:38-46

Help us?
Click on verse(s) to share them!
38ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”
39ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;
40ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
41ତଥାପି ଆରଦିନ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”
42ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
43ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
44ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
46ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:38-46ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:38-46