Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:7-10

Help us?
Click on verse(s) to share them!
7ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”
8ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।
9ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
10ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ ?

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:7-10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:7-10