3ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।
4ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ।
5ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”
6ଏଥିରେ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।
7ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।
8ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।
9ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।