Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:1-5

Help us?
Click on verse(s) to share them!
1ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
2ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।
3ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
4ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:1-5ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:1-5