Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-11

Help us?
Click on verse(s) to share them!
2ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।
3ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
4ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
6ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
7ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
8ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
9ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
10ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
11ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-11ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-11