Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:27-32

Help us?
Click on verse(s) to share them!
27ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
28ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
29ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।
30ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
31ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
32ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:27-32ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:27-32