Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:4-21

Help us?
Click on verse(s) to share them!
4ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
6ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
7ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
8ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
9ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
10ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
11ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
12ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
13ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
14ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ।
15ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
16ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
17ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
18ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
19ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
20ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
21ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:4-21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:4-21