Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:1-14

Help us?
Click on verse(s) to share them!
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
2“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
3ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।
4ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
5ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।
6ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।
7ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
8ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
9ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।
10ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।
11ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
12ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
13ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
14କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:1-14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:1-14