Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:1-7 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:1-7 in ଓଡିଆ ବାଇବେଲ

1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।”
3 କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।
6 ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
7 ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍‍
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1 in ଓଡିଆ ବାଇବେଲ