Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:11-47 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:11-47 in ଓଡିଆ ବାଇବେଲ

11 ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।
12 ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
14 ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।
15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
18 ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
19 ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
21 ରୁବେନ୍‍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
23 ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
24 ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
25 ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
28 ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
29 ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
31 ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।
32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
33 ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
34 ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
35 ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
37 ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା।
38 ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
39 ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
40 ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
41 ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
43 ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍‍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
45 ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1 in ଓଡିଆ ବାଇବେଲ